ପିଆଇବି ଭୁବନେଶ୍ୱରର ଅତିରିକ୍ତ ମହାନିର୍ଦେଶକ ଭାବେ ଦାୟିତ୍ୱ ନେଲେ ଅଖିଳ କୁମାର ମିଶ୍ର

ଭୁବନେଶ୍ୱର, ପ୍ରବାହ ନ୍ୟୁଜ୍ : ଭାରତୀୟ ସୂଚନା ସେବା ୧୯୯୯ ବ୍ୟାଚର ବରିଷ୍ଠ ଅଧିକାରୀ ଅଖିଳ କୁମାର ମିଶ୍ର କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସଚୂନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି), ଭୁବନେଶ୍ୱରର ଅତିରିକ୍ତ ମହାନିର୍ଦେଶକ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ମିଶ୍ର ଓଡ଼ିଶାର ଅତିରିକ୍ତ ପ୍ରେସ ରେଜିଷ୍ଟ୍ରାର ଜେନେରାଲ ଭାବେ ମଧ୍ୟ କାର୍ଯ୍ୟ କରିବେ । ଓଡ଼ିଶା ସହ ସେ ଝାଡ଼ଖଣ୍ଡର ଅତିରିକ୍ତ ଦାୟିତ୍ୱ ମଧ୍ୟ ନିର୍ବାହ କରିବେ । ଶ୍ରୀ ମିଶ୍ର ଏହା ପୂର୍ବରୁ ସଚୂନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ ଆକାଶବାଣୀ, ଦୂରଦର୍ଶନ, ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ, ପିଆଇବି ଏବଂ ସିବିସି ଆଦି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଦକ୍ଷତାର ସହିତ କାର୍ଯ୍ୟ ସମ୍ପାଦନ କରି ପ୍ରଶଂସିତ ହୋଇଛନ୍ତି। ଜଣେ ଗବେଷକ ଭାବରେ ସେ ଆମେରିକାର ବର୍କଲେ ଓ ମ୍ୟାରିଲାଣ୍ଡ ତଥା ଅଷ୍ଟ୍ରେଲିଆର କୁଇନ୍ସଲାଣ୍ଡ ବଶ୍ୱବିଦ୍ୟାଳୟ ପରିଭ୍ରମଣ କରିଛନ୍ତି। ସେ ଜଣେ ପ୍ରତଷ୍ଠିତ କବିଭାବରେ ସୁପରଚିତ ଓ ତାଙ୍କର ଅନେକ କାବ୍ୟକୃତି ପାଠକୀୟ ଆଦୃତି ଲାଭ କରିଛି।