ରାଷ୍ଟ୍ରୀୟ ଏକତା ଦିବସ

ପ୍ରବାହ ନ୍ୟୁଜ୍ : ଆଜି ନୟାଗଡ଼ ଜିଲ୍ଲାରେ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଜିଲ୍ଲା ପ୍ରଶାସନ ପକ୍ଷରୁ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସକାଳ ୧୧ଘଟିକା ସମୟରେ ସମ୍ମାନନୀୟ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ଏସ. ସୁଶ୍ରୀ ଙ୍କ ବ୍ୟତୀତ, ଜ଼ିଲ୍ଲାର ଅତିରିକ୍ତ ଜିଲ୍ଲାପାଳ( ସାଧାରଣ )ରୋଜିନା ଦାସ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ବିଜୟାନନ୍ଦ ନାୟକ, ଉପଜିଲ୍ଲାପାଳ କର୍ଣଦେବ ସମାଦାର, ଉପ ଆରକ୍ଷୀ ଅଧୀକ୍ଷକ (ଦୁର୍ନୀତି ନିବାରଣ) ଅନିରୁଦ୍ଧ ନାୟକ, ଡେପୁଟୀ କଲେକ୍ଟର ତପତି ରାଜ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପଲତା ପାତ୍ର, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜ୍ୟୋସ୍ମାମୟୀ ଆଚାର୍ଯ୍ୟ, ସମସ୍ତ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ଶପଥ ପାଠ କାର୍ଯ୍ୟକ୍ରମରେ ଯୋଗଦେଇ ଶପଥ ପାଠ କାର୍ଯ୍ୟକ୍ରମକୁ ସାଫଲ୍ୟ କରିଥିଲେ ।

Leave a Reply

Your email address will not be published. Required fields are marked *