ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ: ୧୭ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବାର ସୂଚନା ମିଳିଛି ।

ସୂଚନା ଅନୁଯାୟୀ, ୟୁପି ସ୍କୁଲ ଶିକ୍ଷକଙ୍କ ଗ୍ରାଣ୍ଟ-ଇନ୍-ଏଡ୍ ଅବଧି ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଠିକ୍ ସେହିପରି ଅନୁଦାନପ୍ରାପ୍ତ ବେସରକାରୀ ହାଇସ୍କୁଲ ପାଇଁ ମଧ୍ୟ ଅବଧିକୁ ବୃଦ୍ଧି କରାଯାଇଛି। ତେଣେ ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ବିମାନ ସେବାକୁ କାର୍ଯ୍ୟକାରୀ କରାଯିବ । ବିଶ୍ୱବ୍ୟାଙ୍କ ସହାୟତାରେ ରାଜ୍ୟରେ କାର୍ଯ୍ୟକାରୀ ହେବ ଓଏସସିଆରଜିପିପି। ଏଥିରେ ଆଳୁ, ପନିପରିବା, ମସଲା ଉତ୍ପାଦନ ବୃଦ୍ଧି ପାଇଁ ସ୍ୱତନ୍ତ୍ର ପାଣ୍ଠିକୁ ଅନୁମୋଦନ କରାଯାଇଛି। ତେଣେ ଏମଏସଏମଇ ପାଇଁ ନୂଆ ନୀତିକୁ ଅନୁମୋଦନ ଦେଇଛି କ୍ୟାବିନେଟ୍ ।

Leave a Reply

Your email address will not be published. Required fields are marked *