ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ଓ ୯ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଜାରି ରହିବ। ଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତି ଗୁଳୁଗୁଳିରେ ସନ୍ତଳି ହେବେ। ତେବେ, ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଅସହ୍ୟ ତାତିରୁ କିଛିଟା ଆଶ୍ୱସ୍ତି ପ୍ରଦାନ କରିବ। ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୯ ତାରିଖ ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ବେଳେ ୯ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୯ ତାରିଖ ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୬ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ କାଳରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଏତଦ୍‌ବ୍ୟତୀତ ଏହି ସମୟ ମଧ୍ୟରେ ଢ଼େଙ୍କାନାଳ, ଯାଜପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁର ପ୍ରଭୃତି ୯ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି ଭୁବନେଶ୍ୱର ଓ କଟକ ଏବଂ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନ/ସନ୍ଧ୍ୟାରେ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *