ଆସନ୍ତା ୩ ତାରିଖରୁ ଦିନ ୨ଟାରୁ ରାଜ୍ୟର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ

ଭୁବନେଶ୍ୱର : ୩୦/୦୪/୨୦୨୧: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି । ଏହାକୁ ମୁକାବିଲା କରିବାକୁ ନେଇ ରାଜ୍ୟ ସରକାରଙ୍କୁ ସହଯୋଗ କରିବାକୁ ଅଣ୍ଟା ଭିଡ଼ିଛି ରାଜ୍ୟ ବ୍ୟବସାୟୀ ମହାସଂଘ । ଆସନ୍ତା ମେ’ ୩ରୁ ସାରା ରାଜ୍ୟରେ ଦିନ ୨ଟାରୁ ଦୋକାନ ବନ୍ଦ କରିବାକୁ ରାଜ୍ୟ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛି ବୋଲି ରାଜ୍ୟ ବ୍ୟବସାୟୀ ମହାସଂଘର ସମ୍ପାଦକ ସୁଧାକର ପଣ୍ଡା ସୂଚନା ଦେଇଛନ୍ତି।

ଶ୍ରୀ ପଣ୍ଡା କହିଛନ୍ତି ଯେ ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରେ ରଖି କୋଭିଡ ଚେନ କୁ ଭାଙ୍ଗିବା ପାଇଁ ମହାସଂଘ ପକ୍ଷରୁ ରାଜ୍ୟରେ ଦିନ ୨ଟାରୁ ଦୋକାନ ବନ୍ଦ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ଏ ନେଇ ମହାସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରିଥିବା ବେଳେ ସରକାର ମଧ୍ୟ ଏଥିରେ ସହମତି ପ୍ରକାଶ କରିଛନ୍ତି ବୋଲି ସୂଚନା ଦିଆଯାଇଛି।

ମେଡିସିନ୍ ଦୋକାନ ବ୍ୟତୀତ ରାଜ୍ୟର ସମସ୍ତ ଦୋକାନ, ବ୍ୟବସାୟ ପ୍ରତିଷ୍ଠାନ, ପ୍ରତ୍ୟେକ ଦିନ ଅପରାହ୍ନ ୨ଟା ପରେ ବନ୍ଦ ରହିବ। ଏହି ନିଷ୍ପତ୍ତି ଆସନ୍ତା ୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥି ନିମନ୍ତେ ରାଜ୍ୟର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ସହଯୋଗ କରିବାକୁ ନିବେଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *