୪୪.୫ ଡ଼ିଗ୍ରି ସହ ବୌଦ୍ଧ ଉତ୍ତପ୍ତ ସହର, ରାଜ୍ୟରେ ୧୮ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୌଦ୍ଧକୁ ପୁଣି ଥରେ ତାତି ଫେରିଛି। ବୌଦ୍ଧରେ ଆଜି ଦିନ ତାପମାତ୍ରା ୪୪.୫ ଡ଼ିଗ୍ରି ରେକର୍ଡ ହୋଇଛି। ଏଥି ସହିତ ବୌଦ୍ଧ ଆଜି ମଧ୍ୟ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟର ୧୮ ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି କିମ୍ବା ଅଧିକ ରେକର୍ଡ ହୋଇଛି। ସେହିଭଳି ୬ ସହରରେ ଦିନ ତାପମାତ୍ରା ୪୩ ଡ଼ିଗ୍ରି କିମ୍ବା ଅଧିକ ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇ୍‌ଟ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପଡ଼ୋଶୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ, ମେ ୬ ତାରିଖରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *