ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଆସନ୍ତା ଜୁଲାଇ ୧୫ତାରିଖ (ସୋମବାର)ଦିନ୧୧ ଟା ସମୟରୁ ୟୁନିଟ୍‌- ୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ କରାଯିବ । ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜ ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗ ଗୁଡ଼ିକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସଂପର୍କରେ ଜନ ସାଧାରଣଙ୍କ ଅବଗତି ନିମନ୍ତେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ବିଭିନ୍ନ ଗଣମାଧ୍ୟମ ଜରିଆରେ ସୂଚନା ପ୍ରଦାନ କରାଯାଇଛି

Leave a Reply

Your email address will not be published. Required fields are marked *