ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର,ପ୍ରବାହ ନ୍ୟୁଜ୍‌ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ପୂର୍ବତନ ବରିଷ୍ଠ ପ୍ରଫେସର ତଥା ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର ଡକ୍ଟର ପ୍ରଦୀପ ମହାପାତ୍ରଙ୍କର ପରଲୋକ ଘଟିଛି । ଗତକାଲି ରାତ୍ର ୨.୧୦ ମିନିଟରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ସୂଚନାଯୋଗ୍ୟ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ୱାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।
ଡକ୍ଟର ମହାପାତ୍ରଙ୍କ ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ ମନୋଜ ମଞ୍ଜରୀ ପଟ୍ଟନାୟକ ଓ ସମ୍ପର୍କୀୟବର୍ଗ ଉପସ୍ଥିତ ଥିଲେ

Leave a Reply

Your email address will not be published. Required fields are marked *