ଟିକେଟ ନ ମିଳିବାରୁ କଂଗ୍ରେସ ଦଳ ଛାଡ଼ିଲେ ଦୁଲାଲ ଚନ୍ଦ୍ର ପ୍ରଧାନ

ସମ୍ବଲପୁର : କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି । ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଶ୍ରୀ ପ୍ରଧାନ ଦଳ ଛାଡ଼ିଛନ୍ତି । ସେ ନିଜର ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନିକଟକୁ ପଠାଇଥିବା ଜଣାଯାଇଛି ।
ସୂଚନା ଅନୁଯାୟୀ, ଗତକାଲି ଭାରତୀୟ ଜାତୀୟ କଂଗ୍ରେସ ରବିବାର ୨ଟି ଲୋକସଭା ଆସନ ଓ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବା ପରେ କଂଗ୍ରେସ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ପ୍ରାର୍ଥୀ ପରିବର୍ତ୍ତନ କରିଥିଲା । ସେହିପରି ବାରିପଦା ଓ ଖଣ୍ଡପଡ଼ା ବିଧାନସଭାରେ ମଧ୍ୟ ପ୍ରାର୍ଥୀ ପରିବର୍ତ୍ତନ କରିଥିଲା । କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ କହିଥିଲେ, କଟକରେ ସୁରେଶ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି । ସେହିପରି ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି । ଏଣେ ବାରିପଦାରେ ବାଦଲ ହେମ୍ବ୍ରମଙ୍କ ସ୍ଥାନରେ ପ୍ରମୋଦ କୁମାର ହେମ୍ବ୍ରମ ଓ ଖଣ୍ଡପଡ଼ାରେ ମନୋଜ କୁମାର ପ୍ରଧାନଙ୍କ ସ୍ଥାନରେ ବୈଜୟନ୍ତୀମାଳା ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି ।

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *