ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ଅଛନ୍ତି। ୬୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୪୪ ଜଣ।

ବାଲେଶ୍ବର ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୮ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍‌ସିଂହପୁରୁ ଜଣେ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, ଖୋର୍ଦ୍ଧାରୁ ୧୪ ଜଣ, ମୟୂରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ୬ ଜଣ, ନୂଆପଡ଼ାରୁ ଜଣେ ଓ ରାୟଗଡ଼ାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *