ଲୋଇଶିଙ୍ଘା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ

ବଲାଙ୍ଗିର, ପ୍ରବାହ ନ୍ୟୁଜ : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ଲୋଇଶିଙ୍ଘା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୯୬ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୭୯ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୧୭ ଟି ସାମୁହିକ ଦରଖାସ୍ତ ଥିଲା ।

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରି ୫୩ ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ କରିଥିଲେ ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ଏଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କିମ୍ବା ରେଡ଼କ୍ରସ ସହାୟତା ଦିଆ ଯାଇନାହି ।

ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ଡେପୁଟି କଲେକ୍ଟର(ସାଧାରଣ ଓ ବିବିଧ)ସଚିଦାନନ୍ଦ ମିଶ୍ର, ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା, ଜିଲ୍ଲା ମୁଖ୍ୟ ମତ୍ସ ଅଧିକାରୀ ଉମେଶ ଧରୁଆ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ବାଳ , ସ୍ନିଗ୍ଧାରାଣୀ ତ୍ରିପାଠୀ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *