ପୂର୍ବତଟ ରେଳପଥ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ


ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ମନୋଜ ଶର୍ମା ଆଜି ରେଳ ସଦନ ଠାରେ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ରାଷ୍ଟ୍ରର ଏକତା, ଅଖଣ୍ଡତା ଏବଂ ସୁରକ୍ଷା ରକ୍ଷା ପାଇଁ ଉତ୍ସର୍ଗୀକୃତ ହେବା ଏବଂ ରାଷ୍ଟ୍ରିୟ ଏକତା ଦିବସରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଦର୍ଶନ ଏବଂ କର୍ମ ଉପରେ କାର୍ଯ୍ୟ କରିବା ପାଇଁ ଶପଥ ପାଠ କରାଇଛନ୍ତି |  

ରାଷ୍ଟ୍ରୀୟ ଏକତା ଦିବସକୁ ସ୍ମରଣୀୟ କରିବା ପାଇଁ ଆଜି ସକାଳେ ରେଳବାଇ କର୍ମଚାରୀ, ରେଳ ସୁରକ୍ଷା ବଳ ଓ ଅଧିକାରୀମାନଙ୍କୁ ନେଇ ଆୟୋଜିତ “ରନ୍ ଫର୍ ୟୁନିଟି” ରାଲିକୁ ସବୁଜ ପତାକା ଦେଖାଇ ମହାପ୍ରବନ୍ଧକ ଶ୍ରୀ ଶର୍ମା ଶୁଭାରମ୍ଭ କରିଥିଲେ |  

ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ଶରଦ କୁମାର ଶ୍ରୀବାସ୍ତବଙ୍କ ସହିତ ରେଳପଥର ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀ ସହିତ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଅଂଶଗ୍ରହଣ କରିଥିଲେ। ରେଳପଥର ପ୍ରମୁଖ କାର୍ମିକ ଅଧିକାରୀ ଶ୍ରୀ ସିଦ୍ଧାର୍ଥ କାଟି ଏହି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ |

Leave a Reply

Your email address will not be published. Required fields are marked *