ସୂଚନା ଓ ଲୋକସଂପର୍କ ବିଭାଗରେରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶପଥ ପାଠ

ଭୁବନେଶ୍ୱର,୩୧/୧୦/୨୦୨୩: ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆଜି ଶପଥ ପାଠ କରାଯାଇଛି । ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମିଳନୀ କକ୍ଷରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ ।

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଦୂରଦୃଷ୍ଟି ଓ କାର୍ଯ୍ୟ ଦେଶର ଏକତା ଅକ୍ଷୁଣ୍ଣ ରଖିବାରେ ସହାୟକ ହୋଇଥିଲା । ପ୍ରତ୍ୟେକ ନାଗରିକ ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜ ନିଜ କ୍ଷେତ୍ରରେ ଉଦ୍ୟମ ଜାରି ରଖିବାର ଆବଶ୍ୟକତା ରହିଛି ବୋଲି ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ ।


ଶପଥ ପାଠ ଉତ୍ସବରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁରୁବୀର୍‌ ସିଂହ, ଉପନିର୍ଦ୍ଦେଶକ ଡ. ଜ୍ୟୋତିର୍ମତି ସାମନ୍ତରାୟ, ଉପନିର୍ଦ୍ଦେଶକ ଶ୍ରୀମତୀ ଦୀପ୍ତିମୟୀ ମହାପାତ୍ର, ସହକାରୀ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶନୀଙ୍କ ସମେତ ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଶପଥ ପାଠରେ ଅଂଶଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *