ସ୍ୱାଧୀନତା ଦିବସ-୨୦୨୪ ପାଳନ ସମ୍ପର୍କରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍‌ : ଚଳିତ ବର୍ଷ ୭୮ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ଏ ସଂକ୍ରାନ୍ତରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ୱାଧୀନତା ଦିବସ ସମସ୍ତଙ୍କ ପାଇଁ ଗର୍ବ, ଗୌରବ ଓ ଭାବାବେଗର ପ୍ରତୀକ । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମହାତ୍ମା ଗାନ୍ଧୀ ମାର୍ଗରେ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସାଧାରଣତନ୍ତ୍ର ଦିବସ-୨୦୨୪ରେ ଅଂଶଗ୍ରହଣ କରି ବିଜୟୀ ହୋଇଥିବା ବିଭିନ୍ନ ପ୍ୟାରେଡ୍‌ ଦଳ ଓ ପ୍ରଜ୍ଞାପନ ମେଢ଼କୁ ପୁରସ୍କାର ପ୍ରଦାନ କରିବେ । ତେଣୁ ଉକ୍ତ ସମାରୋହର ପ୍ରସ୍ତୁତିର ବିଭ ନ୍ନି ଦିଗକୁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ବିସ୍ତୃତ ଭାବ ରେ ସମୀକ୍ଷା କରିଥିଲେ । ଚଳିତ ବ ର୍ଷର ସ୍ୱାଧୀନତା ଦିବ ସ ଉପଲକ୍ଷେ ଓଡ଼ିଆ ଅସ୍ମିତା ଏବଂ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତି ଯଥୋଚିତ ସମ୍ମାନ ପ୍ରଦ ର୍ଶନକୁ ସ୍ୱାଧୀନତା ଦିବ ସ ସମାରୋହର ମୁଖ୍ୟ ଥିମ୍‌ ରୂପେ ଗ୍ରହଣ କରି ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଥିଲେ ।

ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ, ପାର୍କ, ବସ୍‌ଷ୍ଟାଣ୍ଡ ଆଦିରେ ଡାକବାଜି ଯନ୍ତ୍ର ଯୋଗେ ପ୍ରଭାତରେ ରାମଧୁନ୍‌ ପରିବେଷଣ ଦ୍ୱାରା ଦେଶପ୍ରେମ ଉଦ୍ରେକକାରୀ ପରିବେଶ ସୃଷ୍ଟି କରିବା ପାଇଁ ସମ୍ଭାବିତ ପଦକ୍ଷେପଗୁଡ଼ିକ ବିଷୟରେ ଆଲୋଚନା କରାଯାଇଥିଲା । ଏହା ସହ
ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପତାକା ଉତ୍ତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବ ସ୍ଥଳର ସାଜସଜ୍ଜା,
ନିମନ୍ତ୍ରିତ ଅତିଥିଙ୍କ ଉପବେସନ ବ୍ୟବସ୍ଥା ଆଦି ବଷୟରେ ଆଲୋଚନା ହୋଇଥିଲା । ସ୍ୱାଧୀନତା ଦିବସ ଉପଲକ୍ଷେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟ, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାରେ ଆଲୋକ ସଜ୍ଜାର ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍‌ ନିୟନ୍ତ୍ରଣକୁ କମିଶନରେଟ୍‌ ପୋଲିସ ପକ୍ଷରୁ ପରିଚାଳନା କରାଯିବ । ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର କୁମାର ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଗୁର୍‌ବୀର ସିଂହ, ଉପନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *