ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ପ୍ରବାହ ନ୍ୟୁଜ୍‌ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକ ଏବଂ ଯହଜା ନାୟକଙ୍କ ଘରକୁ ଯାଇଥିଲେ ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି; “ଭୁବନେଶ୍ୱରରେ ପହଞ୍ଚିବା ପରେ ଅନ୍ତର୍ଯ୍ୟାମୀ ନାୟକ ଓ ଯହଜା ନାୟକଙ୍କ ଘରକୁ ଯାଇଥିଲି। ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଉପକୃତ ହୋଇଛନ୍ତି ଏବଂ ଗର୍ବିତ ଘର ମାଲିକ ଅଟନ୍ତି ।

ନାତି ସୌମ୍ୟଜିତଙ୍କ ସମେତ ସେମାନଙ୍କ ପରିବାରକୁ ଭେଟିଥିଲି। ନାୟକ ପରିବାର ମଧ୍ୟ ସ୍ୱାଦିଷ୍ଟ କ୍ଷୀରି ପରିବେଷଣ କରିଥିଲେ।”

Leave a Reply

Your email address will not be published. Required fields are marked *