କୋର୍ଟରେ ଆତ୍ମସମର୍ପଣ ପରେ ଜାମିନ ପାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୦ ।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୁଲତାନପୁରର ଏମପି-ଏମଏଲଏ କୋର୍ଟରେ ହାଜର ହୋଇଥିଲେ । ଏହି ସମୟ ମଧ୍ୟରେ କଂଗ୍ରେସ କର୍ମୀମାନେ ମଧ୍ୟ କୋର୍ଟ ପରିସରରେ ଉପସ୍ଥିତ ଥିଲେ । ରାହୁଲ ଗାନ୍ଧୀ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି । ଏହା ପରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ । ସୂଚନାଯୋଗ୍ୟ ଯେ କର୍ନାଟକ ବିଧାନସଭା ନିର୍ବାଚନ ସମୟରେ ସେ ତତ୍କାଳୀନ ଭାଜପା ରାଷ୍ଟ୍ରୀୟ ସଭାପତି ତଥା ବର୍ତ୍ତମାନର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ । ଏହାଦ୍ୱାରା ଭାଜପା ନେତା ତଥା ପୂର୍ବତନ ସମବାୟ ଅଧ୍ୟକ୍ଷ ବିଜୟ ମିଶ୍ର ସିଭିଲ କୋର୍ଟର ଏମପି-ଏମଏଲଏ କୋର୍ଟରେ ଅଭିଯୋଗ କରିଥିଲେ । ମଙ୍ଗଳବାର ଏହି ପ୍ରସଙ୍ଗରେ ଶୁଣାଣି ହୋଇଥିଲା । ତେଣୁ ସେ ଭାରତ ଯୋଡୋ ନ୍ୟାୟ ଯାତ୍ରା ଛାଡି କୋର୍ଟରେ ଆତ୍ମସମର୍ପଣ କରିଥିଲେ । ଅଭିଯୋଗ ଦାଖଲ କରିଥିବା ବିଜୟ ମିଶ୍ର କହିଛନ୍ତି ଯେ ରାହୁଲ ଗାନ୍ଧୀ ଏକ ଜାତୀୟ ଦଳର ତତ୍କାଳୀନ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଦେଇଛନ୍ତି । ସେ ଅମିତ ଶାହାଙ୍କୁ ହତ୍ୟାକାରୀ ବୋଲି କହିଥିଲେ । ରାହୁଲ ଗାନ୍ଧୀଙ୍କ ଏହି ମନ୍ତବ୍ୟ ଦ୍ୱାରା ସେ ଆହତ ହୋଇଛନ୍ତି ।