ସରପଞ୍ଚ ପ୍ରାର୍ଥୀଙ୍କ ହୃଦଘାତରେ ମୃତ୍ୟୁ: ନିର୍ବାଚନ ସ୍ଥଗିତ
ବରଗଡ଼: ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ଆଜି ହୃଦଘାତରେ ମୃତ୍ୟୁ ହୋଇଛି। ସେ ସୂର୍ଯ୍ୟ ଚିହ୍ନରେ ନିର୍ବାଚନ ଲଢ଼ୁଥିବା ବେଳେ ତାଙ୍କ ମୃତ୍ୟୁ ଯୋଗୁଁ ଆଗାମୀ ୨୪ ତାରିଖରେ ହେବାକୁ ଥିବା ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ବାଲ୍ମିକୀ ପ୍ରଧାନଙ୍କ ବୟସ ୫୨ ବର୍ଷ। ସେ ଅସୁସ୍ଥତା ଅନୁଭବ ଅନୁଭବ କରିବାରୁ ତାଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଉଥିବା ବେଳେ ବାଟରେ ତାଙ୍କର ପରଲୋକ ଘଟିଥିଲା। ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତକ ଘୋଷଣା କରିଥିଲେ।