ଆସନ୍ତା ୫ ତାରିଖରେ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା


ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍‌ : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଆସନ୍ତା ସୋମବାର ଅଗଷ୍ଟ ୫ ତାରିଖ ଦିବା ୧୧ ଘଟିକା ସମୟରୁ ୟୁନିଟ୍‌–୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା ସକାଳ ୮ ଘଟିକାରୁ ୧୨ ଘଟିକା ପର‌୍ୟ୍ୟନ୍ତ ଉକ୍ତ ସ୍ଥାନରେ ହେବ । ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସଂପର୍କରେ ରାଜ୍ୟର ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *