ବିଧାନସଭା ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧଦିବସ ପାଳିତ

ଭୁବନେଶ୍ୱର, ତା.୦୪/୦୨/୨୦୨୩ ଓଡ଼ିଶା ବିଧାନସଭା ପରିସରରେ ଓଡ଼ିଆ ଜାତିର ସ୍ୱାଭିମାନ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କର ୮୯ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି ।


ଆଜି ପୂର୍ବାହ୍ନରେ ବିଧାନସଭା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାସ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ କୁମାର ସାମଲ, ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ଅନନ୍ତ ନାରାୟଣ ଜେନା, ପୂର୍ବତନ ବିଧାୟକ ଶ୍ରୀ ସୀତାକାନ୍ତ ମହାପାତ୍ରଙ୍କ ସମେତ ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉତ୍କଳ ଗୌରବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାସୁମନ ଅର୍ପଣ
କରିଥିଲେ । କାର୍ଯ୍ୟକ୍ରମକୁ ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶିକା ସୁଚେତା ପି୍ରୟଦର୍ଶିନୀ ସଂଯୋଜନା କରିଥିଲେ ଏବଂ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀଙ୍କ ଦ୍ୱାରା ମଧୁବାବୁଙ୍କ କାଳଜୟୀ ରଚନା ‘ତୁ ପରା ବୋଲାଉ ଉତ୍କଳ ସନ୍ତାନ’ ପରିବେଷଣ କରାଯାଇଥିଲା ।

Leave a Reply

Your email address will not be published. Required fields are marked *