ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବ-୨୦୨୩ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ

• ଫେବୃଆରୀ ୨୦ରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଦଶଦିନ ଧରି ଚାଲିବ
• ମୋଟ ୧୨୧ଟି ଷ୍ଟଲରେ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନ ହେବ
• ସନ୍ଧ୍ୟା ୬.୩୦ରୁ ୮.୩୦ ପର୍ଯ୍ୟନ୍ତ ବିଭିନ୍ନ ଜନଜାତି ନୃତ୍ୟ ପ୍ରଦର୍ଶନର ବ୍ୟବସ୍ଥା

ଭୁବନେଶ୍ୱର, ତା.୨୦/୦୨/୨୦୨୩ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପଡ଼ିଆଠାରେ ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବ-୨୦୨୩କୁ ଉଦ୍‌ଘାଟନ କରିଛନ୍ତି । ଆଜିର ଉଦ୍‌ଘାଟନୀ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ବିଭାଗୀୟ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ଶ୍ରୀ ପ୍ରଦୀପ ମାଝୀ, ବିଏମ୍‌ସି ମେୟର ସୁଲୋଚନା ଦାସ, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ଆର୍‌. ବାଲକ୍ରିଷ୍ଣନ୍‌, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-‘ଟି’) ଶ୍ରୀ ଭି.କେ. ପାଣ୍ଡିଆନ୍‌, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର କମିଶନର ତଥା ଶାସନ ସଚିବ ରୂପାରୋଶନ ସାହୁ, ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ, ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ବିଶ୍ୱରଞ୍ଜନ ସାସମଲ, ଓପିଇଏଲ୍‌ଆଇପିର ପ୍ରୋଗ୍ରାମ ଡାଇରେକଫର ପି. ଅର୍ଥନାରୀ ପ୍ରମୁଖ ପାଛୋଟି ନେଇଥିଲେ । ଆଉ ମଧ୍ୟ ଏହି ଅବସରରେ ଆଦିବାସୀ ସଂପ୍ରଦାୟର ବାଦ୍ୟ ସହିତ ସଦସ୍ୟାମାନେ ଖୁବ୍‌ ଆନନ୍ଦର ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଆଦିବାସୀ କଳାବସ୍ତୁ ପ୍ରଭାଗକୁ ବୁଲି ଦେଖିଥିଲେ ।


ଆଦିବାସୀମାନଙ୍କର କଳା, ସଂସ୍କୃତି ଓ ସ୍ଥାପତ୍ୟକୁ ପ୍ରଦର୍ଶନ କରିବା ସହିତ ବିଭିନ୍ନ ଜଙ୍ଗଲଜାତ ଦ୍ରବ୍ୟ ଓ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ବିପଣନ ହେଉଛି ଆଦିବାସୀ ମେଳାର ମୁଖ୍ୟ ଉଦ୍ଦେଶ୍ୟ । ଚଳିତ ବର୍ଷ ଏହି ମେଳା ଫେବୃଆରୀ ୨୦ରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଦଶଦିନ ଧରି ଅନୁଷ୍ଠିତ ହେଉଛି ।


ଚଳିତ ବର୍ଷ ଆଦିବାସୀ ମେଳାରେ ମୋଟ ୧୨୧ଟି ଷ୍ଟଲରେ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନ ଓ ବିକ୍ରୟ ହେଉଛି । ପ୍ରାଚୀନ ଜନଜାତିଙ୍କ ଦୁନିଆରେ ୧୦ଟି ପ୍ରାଚୀନ ଜନଜାତି ଗୋଷ୍ଠୀଙ୍କ ଘରର ମଡେଲ ପ୍ରଦର୍ଶିତ ହେଉଛି । ଏଥିରେ ପରମ୍ପରା ସହ ପ୍ରଗତିର ଝଲକ ପ୍ରଦର୍ଶିତ ହେଉଛି । ଆଦିବାସୀ ହାଟରେ ବିଭିନ୍ନ ଆଦିବାସୀ ଓ ଜଙ୍ଗଲଜାତ ସାମଗ୍ରୀର ବିିକି୍ରବଟାର ବ୍ୟବସ୍ଥା ହୋଇଛି । ଆଇଟିଡିଏ ଓ ମାଇକ୍ରୋ ପ୍ରୋଜେକଫ ଅଞ୍ଚଳର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଓ ଉତ୍ପାଦିତ ସାମଗ୍ରୀ ବିକ୍ରୟ କରୁଛନ୍ତି । ଆଇଟିଡିଏ ଦ୍ୱାରା ୬୨ଟି ଷ୍ଟଲରେ ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନେ ସେମାନଙ୍କ ଉତ୍ପାଦିତ ଓ ସଂଗୃହୀତ ଦ୍ରବ୍ୟ ବିକ୍ରୟ କରୁଛନ୍ତି । ୧୭ଟି ଷ୍ଟଲ ଅଣୁପ୍ରକଳ୍ପ ଅଧିନସ୍ଥ ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନଙ୍କୁ ଆବଣ୍ଟିତ ହୋଇଛି । ଏହାଛଡ଼ା ଟିଡିସିସି, ଓଏଫ୍‌ ଏସ୍‌ଡିଏସ୍‌, ମିଶନ ଶକ୍ତି, ଓର୍‌ମାସ୍‌, ମିଲେଟ୍‌ ମିଶନ, ହସ୍ତତନ୍ତ ଓ ବୟନ, ହସ୍ତଶିଳ୍ପ ତଥା ଯୋଜନା ଓ ସଂଯୋଜନ ବିଭାଗ ୨୩ଟି ଷ୍ଟଲରେ ତାଙ୍କ ଉତ୍ପାଦିତ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରୟ ତଥା ସୂଚନା ପ୍ରଦାନ କରୁଛନ୍ତି । ମେଳାରେ ପ୍ରତ୍ୟେକ ସନ୍ଧ୍ୟା ୬.୩୦ରୁ ୮.୩୦ ପର୍ଯ୍ୟନ୍ତ ବିଭିନ୍ନ ଜନଜାତି ନୃତ୍ୟ ପ୍ରଦର୍ଶନର ବ୍ୟବସ୍ଥା କରାଯାଇଛି । ଆଜି ଉଦ୍‌ଘାଟନୀ ସନ୍ଧ୍ୟାରେ ୪ଟି ନୃତ୍ୟ ଦଳ ପକ୍ଷରୁ ଧୁରୁଆ ଜନଜାତିଙ୍କ ବିର୍‌ଲି ନୃତ୍ୟ, କନ୍ଧ ଜନଜାତିର ଢାପ ନୃତ୍ୟ, କନ୍ଧ ଜନଜାତିଙ୍କ ଘୁମୁରା, ପରଜା ଜନଜାତିଙ୍କ ଢେମ୍‌ସା ନୃତ୍ୟ ପରିବେଷିତ ହୋଇଥିଲା ।


ସୂଚନାଯୋଗ୍ୟ ଯେ ପ୍ରତିବର୍ଷ ଆଦିବାସୀ ମେଳାକୁ ରାଜ୍ୟ ତଥା ବାହାରୁ ପ୍ରାୟ ୮ରୁ ୧୦ ଲକ୍ଷ ଦର୍ଶକ ଆସିଥାନ୍ତି । ଏହି ମେଳାରେ ୫ରୁ ୬ କୋଟି ଟଙ୍କାର ବ୍ୟବସାୟ ହୋଇଥାଏ । ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଅଧିବାସୀମାନେ ତଥା ଭାରତର ବିଭିନ୍ନ ଅଞ୍ଚଳରୁ ଲୋକମାନେ ବହୁସଂଖ୍ୟାରେ ମେଳାକୁ ଆସିଥାନ୍ତି ଏବଂ ସେମାନଙ୍କର ଆବଶ୍ୟକତା ଅନୁଯାୟୀ ବର୍ଷକ ପାଇଁ ହଳଦୀ, ମାଣ୍ଡିଆ, ମୁଗ, ବିରି, ମକା, ବାସନା ଚାଉଳ, ମହୁ, ଝୁଣା, ଝାଡ଼ୁ, ପାଳୁଅ ଆଦି ଆଦିବାସୀ ତଥା ଜଙ୍ଗଲଜାତ ଦ୍ରବ୍ୟ ଏହି ମେଳାରୁ କ୍ରୟ କରିଥାନ୍ତି ।
ସୁରକ୍ଷା ଦୃଷ୍ଟିକୋଣରୁ ବ୍ୟାପକ ପୋଲିସ୍‌ ମୁତୟନ କରାଯିବା ସହିତ ସୁରକ୍ଷା ସଂସ୍ଥାକୁ ମଧ୍ୟ ନିୟୋଜନ କରାଯାଇଛି । ମେଳା ପରିସରରେ ବିଭିନ୍ନ କୋଣରେ ଏକାଧିକ କ୍ଲୋଜ୍‌୍‌ ସର୍କିଟ୍‌ କ୍ୟାମେରା ଲଗାଯାଇଛି ଏବଂ ଏହାର ମନିଟର ପୋଲିସ୍‌ ରୁମ୍‌ ଓ ମୁଖ୍ୟ କଣ୍ଟ୍ରୋଲ ରୁମ୍‌ରେ ରହିଛି । କରୋନା ସତର୍କତା ପାଇଁ ବିଭିନ୍ନ ସ୍ଥାନରେ ସଚେତନତା ବାର୍ତ୍ତା ଲଗାଯାଇଛି ତଥା ସାନିଟାଇଜର ଏବଂ ମାସ୍କ ବ୍ୟବହାର ପାଇଁ ପ୍ରବର୍ତ୍ତାଯାଉଛି । ନିରାପତ୍ତା ଦୃଷ୍ଟିକୋଣରୁ ମୁଖ୍ୟ କଣ୍ଟ୍ରୋଲ ରୁମ୍‌, ଆଣୁ ଚିକିତ୍ସା କେନ୍ଦ୍ର, ଅସ୍ଥାୟୀ ଦମକଳ କେନ୍ଦ୍ର, ଅସ୍ଥାୟୀ ଜନସ୍ୱାସ୍ଥ୍ୟ ଓ ବିଦ୍ୟୁତ ନିୟନ୍ତ୍ରଣ କେନ୍ଦ୍ର ମଧ୍ୟ ଖୋଲାଯାଇଛି । ଆବଶ୍ୟକ ପରିମାଣରେ ଅଗ୍ନି ନିର୍ବାପକ ଯନ୍ତ୍ର ପ୍ରତ୍ୟେକ ପ୍ରଭାଗରେ ମହଜୁଦ ରଖାଯାଇଛି ।
ପ୍ରତ୍ୟେକ ବର୍ଷ ଭଳି ଦର୍ଶକମାନେ ଏହି ମେଳାରୁ ଜିନିଷପତ୍ର କିଣାକିଣି କରିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୂର ଆନନ୍ଦ ନେବା ପାଇଁ ସମସ୍ତ ପଦକ୍ଷେପ ବିଭାଗ ଦ୍ୱାରା ନିଆଯାଇଛି ।

Leave a Reply

Your email address will not be published. Required fields are marked *