ବିଧାନସଭା ପରିସରରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର, ତା.୧୮/୦୬/୨୦୨୩ :ଓଡ଼ିଶା ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୯୫ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି ।
ଆଜି ପୂର୍ବାହ୍ନରେ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ଶ୍ରାଦ୍ଧଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର କାର୍ଯ୍ୟକାରୀ ବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ ବିଧାନସଭା ପରିସରସ୍ଥିତ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମାନ୍ୟବର ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ମାନ୍ୟବର ବରିଷ୍ଠ ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଶ୍ରୀ ଅମର ପ୍ରସାଦ ଶତପଥୀ, ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ ଶ୍ରୀ ଦାଶରଥୀ ଶତପଥୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଶାଶ୍ୱତୀ ସାମାଜିକ-ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀବୃନ୍ଦ ଉତ୍କଳମଣି ଗୋପବନ୍ଧୁଙ୍କ ଜୀବନୀ ଆଧାରିତ ସଙ୍ଗୀତ ପରିବେଷଣ କରିଥିଲେ ।